Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୪୯୭ କୋଭିଡ୍ ପଜିଟିଭ୍

ଗତ ୨୪ ଘଣ୍ଟା ମଧ୍ୟରେ ୧୪୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୮୩୦୮ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୮୩ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭୧ଜଣ, ବାଲେଶ୍ୱର ଜିଲ୍ଲାରୁ ୫୦ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୬୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ ୪୫ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୬୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ,

ଖୋର୍ଦ୍ଧା ଜିଲ୍ଲାରୁ ୨୫୧ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୫୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୫୨ଜଣ, ସମ୍ବଲପୁର ଜିଲ୍ଲାରୁ ୫୯ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ, ଷ୍ଟେଟ ପୁଲ୍‌ରୁ ୫୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୮୩୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୫୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୩୭୯୭୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୦୪୩୬୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button