Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୫ କରୋନା ପଜିଟିଭ୍

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୫୭ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୫୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୯ ଜଣ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ ୨ ଜଣ ଆକ୍ରାନ୍ତ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୩୨୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୮୦୨୦୮୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button