ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ

୧୦୫୦୫୦୫ରେ ପହଞ୍ଚିଲା ମୋଟ ସଂକ୍ରମିତଙ୍କ ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୧୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୫୦୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ,

କଟକ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଦା ଜିଲ୍ଲାରୁ ୬୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୧୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୯୯୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୧୨୦୮୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button