ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୫୫୮ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୫୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୫୬୯୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୦୪ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୫୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୦ଜଣ, ବାଲେଶ୍ୱର ଜିଲ୍ଲାରୁ ୯୭ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୪୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୭୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ,

କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୨ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ ପୁଲ୍‌ରୁ ୧୦୩ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୫୬୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୩୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୯୫୦୪୪୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button