Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୫୬ କୋଭିଡ୍ ପଜିଟିଭ୍

୧୦୫୪୧୬୦ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୪୧୬୦ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୦ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ,

 

Corona Virus COVID-19

କଟକ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୨୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୦୯୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୩୩୫୬୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button