ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୫୭୮ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୫୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୭୨୬୮ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୬୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୫୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୩ଜଣ, ଯାଜପୁର ଜିଲ୍ଲାରୁ ୭୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ,

କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୩୬ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୫୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୦୯ ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ ପୁଲ୍‌ରୁ ୯୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୭୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୩୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୪୯୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୦୨୨୬୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button