![](https://www.utkalprahari.com/wp-content/uploads/2021/03/WhatsApp-Image-2020-12-03-at-15.01.05-780x470.jpeg)
ରାଜ୍ୟରେ ସୁସ୍ଥହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଶନିବାର ସୁସ୍ଥ ହୋଇଛନ୍ତି ଆଉ ୧୫୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୪ ହଜାର ୯୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ।
ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୬ ଜଣ ରହିଛନ୍ତି ।