Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୧୬ଜୀବନ

ମୃତକଙ୍କ ସଂଖ୍ୟା ୮୯୬୧ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୬ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୭ ଜଣ ରହିଥିବା ବେଳେ ଭଦ୍ରକ, କଟକ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୦୭୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୩୧୦୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୬୫୬୭୬୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button