ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ମୋଟ ୧୬୧୫ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୪୧୩୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୭୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୨ଜଣ, ବାଲେଶ୍ୱର ଜିଲ୍ଲାରୁ ୯୮ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୬୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜମ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୨୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୦ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୯୬ଜଣ, ଯାଜପୁର ଜିଲ୍ଲାରୁ ୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ,

କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୨ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୪୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୨୩ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ ପୁଲ୍‌ରୁ ୯୪ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୪୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୧୦୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୮୭୪୫୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button