
ଗତ ୨୪ ଘଣ୍ଟା ମଧ୍ୟରେ ୧୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୬୪୧ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୯ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୩ଜଣ,
ଗଞ୍ଜାମ ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ରୁ ୧୯ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୬୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୨୨୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୭୬୯୨୦୮ସାମ୍ପୁଲ ଟେଷ୍ଟ୍ ହୋଇଛି ।