ଓଡ଼ିଶାମୁଖ୍ୟ ଖବର

ଶେଷ ୨୪ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ସଂକ୍ରମିତ

୧୦୫୧୭୫୨ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୫୧୭୫୨ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ,

ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୩୬୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୪୭୨୭୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button