ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ

୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୨୪୯ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ,

ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୧୯ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୨୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୯୪୬୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୦୨୩୯୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button