Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୯ ଜଣ କୋଭିଡ ପଜିଟିଭ୍

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୦୪ ଜଣକୁ ବୃଦ୍ଧି

ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୦୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ,

 

ଗଞ୍ଜାମ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୦୪୧୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button