ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ

୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା

ରାଜ୍ୟରେ ଧୀରେ ଧୀରେ ଖସୁଛି ସଂକ୍ରମଣ ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୬୮୩ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୧୨ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ,

ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୬୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୮୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୬୨୫୫୪୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button