ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ

୧୦୫୨୮୩୪ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୮୩୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୪ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ,

ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍‌ରୁ ୨୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୪୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୮୨୯୬୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button