
ଗତ ୨୪ ଘଣ୍ଟା ମଧ୍ୟରେ ୧୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୯୫୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୪ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ,
କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ୨୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୪୦୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୨୪୧୬୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।