Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୦ ପଜିଟିଭ୍

ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୯୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୮୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୫୩୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button