Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୧୦୬ କୋଭିଡ୍ ପଜିଟିଭ୍

୧୨୬୬୮୧୧ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୨୧୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୬୮୧୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୭୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୨୪ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯୭ଜଣ, ବାଲେଶ୍ୱର ଜିଲ୍ଲାରୁ ୪୦ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୫ଜଣ, ବୌଦ୍ଧ ଜିଲ୍ଲାରୁ ୫୫ଜଣ, କଟକ ଜିଲ୍ଲାରୁ ୧୪୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୧ଜଣ,

ଗଜପତି ଜିଲ୍ଲାରୁ ୬୪ଜଣ, ଗଞ୍ଜାମ ଜିଲ୍ଲାରୁ ୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୨ଜଣ, ଯାଜପୁର ଜିଲ୍ଲାରୁ ୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୪୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୯ଜଣ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୭୦ଜଣ, ନୂଆପଡ଼ା ଜିଲ୍ଲାରୁ ୩୮ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ଜଣ, ସୋନପୁର ଜିଲ୍ଲାରୁ ୩୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧୯ଜଣ, ଷ୍ଟେଟ ପୁଲ୍‌ରୁ ୭୮ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୬୮୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୬୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୩୪୩୫୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୯୯୬୫୧୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button