ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୨୧୨ କରୋନା ସଂକ୍ରମିତ

୧୦୪୭୩୮୬ରେ ପହଞ୍ଚିଲା ସଂଖ୍ୟା

ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୩୮୬ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୨୩କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୦ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ,

ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯୦ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୯ଜଣ, ଷ୍ଟେଟ ପୁଲ୍‌ରୁ ୨୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୬୭୪୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୩୩୪୪୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button