Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨୨ ଜୀବନ

ମୃତକଙ୍କ ସଂଖ୍ୟା ୮୭୧୧ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୦୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦୁଝର ଜିଲ୍ଲାରୁ ୨ଜଣ ରହିଥିବା ବେଳେ ସୋନପୁର, ନବରଙ୍ଗପୁର, ନୟାଗଡ଼, ବୌଦ୍ଧ, ଜଗତସିଂହପୁର, ଗଞ୍ଜାମ, ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୪୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୯୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୨୮୯୭୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୯୩୬୦୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button