Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୨ କୋଭିଡ୍ ସଂକ୍ରମିତ

ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୯୬କୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୩୫୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୦୨୧୪୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button