Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୧ କୋଭିଡ୍ ପଜିଟିଭ୍

ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୪୬୫କୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୪୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ୩ଜଣ, କଟକ ଜିଲ୍ଲାରୁ ୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ,

ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୯ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୪୬୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୭୪୯୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୩୩୬୫୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button