Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୨୧ କୋଭିଡ୍ ପଜିଟିଭ୍

୧୦୫୪୩୮୧ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୪୩୮୧ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୪ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ,

ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୨୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୩୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୨୭୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୩୯୮୯୪୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button