Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୨୩ କୋଭିଡ୍ ସଂକ୍ରମିତ

ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୭୪କୁ ବୃଦ୍ଧି

ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୩ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୩୩୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୯୧୯୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button