ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨୪ଜୀବନ

ମୃତକଙ୍କ ସଂଖ୍ୟା ୮୮୬୨ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୩୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୬ଜଣ ରହିଛନ୍ତି । ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ପୁରୀ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୬୧୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୨୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୩୯୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୩୫୫୯୩୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button