ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୪୨ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୨୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୫୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୨୦ ଜଣ, ମୟୂରଭଞ୍ଜରୁ ୨୪ ଜଣ, କଟକରୁ ୧୮ ଜଣ,ବାଲେଶ୍ବର ଓ ସମ୍ବଲପୁର ଜିଲ୍ଲାରୁ ୭ ଜଣ ଲେଖାଁଏ, ବରଗଡ଼ରୁ ୬ ଜଣ, ଯାଜପୁରରୁ ୫ ଜଣ, କେନ୍ଦ୍ରାପଡ଼ା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଁଏ,ଜଗତସିଂହପୁରରୁ ୩ ଜଣ, ଭଦ୍ରକ,କୋରାପୁଟ, ମାଲକାନଗିରି ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୫୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୫୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୫୬୧୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୧୨୦୬୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button