ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୪୭ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୨୦୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୨ଜଣ,

ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୨୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୩୯୯୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୭୭୮୨୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button