ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ୨୪୮୭ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୯ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୨୦୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ,

କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୭ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୭ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନଗିରି ଜିଲ୍ଲାରୁ ୫୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୮୦ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୬ଜଣ ରହିଛନ୍ତି ।

Show More

Related Articles

Back to top button