ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୮୬ କରୋନା ସଂକ୍ରମିତ

୧୦୫୧୨୪୧ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୨୪୧ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୦ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୨୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୦୬୨୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୩୦୦୫୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button