ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୨୮୮ କରୋନା ସଂକ୍ରମିତ

୧୦୪୭୬୭୪ରେ ପହଞ୍ଚିଲା ମୋଟ ସଂଖ୍ୟା

ରାଜ୍ୟରେ ଧୀରେ ଧୀରେ ଖସୁଛି ସଂକ୍ରମଣ ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୬୬ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୩ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୫ଜଣ,

ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୩୦ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୨୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୬୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୦୦୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୩୯୧୯୭୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button