ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୨୪ ଘଣ୍ଟାରେ ୨୯୧୭ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି

ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୯୦୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୪୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୪୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୭ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୯ଜଣ,

ଯାଜପୁର ଜିଲ୍ଲାରୁ ୨୧୮ଜଣ, ଝାରସୁଗୁଡା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୪୯ଜଣ, କୋରାପୁଟ ଜିଲ୍ଲାରୁ ୫୫ଜଣ, ମାଲକାନଗିରି ଜିଲ୍ଲାରୁ ୫୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୯୬ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୮ଜଣ, ଷ୍ଟେଟ ପୁଲ୍‌ରୁ ୧୦୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୯୦୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୫୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୮୪୨୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୯୭୯୬୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button