ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୯୬ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୨୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୦୪୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୮ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୫୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ ପୁଲ୍‌ରୁ ୩୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୨୫୬୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୫୨୪୩୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button