Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩ ଜଣ କୋଭିଡ ପଜିଟିଭ

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୪୦ ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୪୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

 

Coronavirus. COVID-19. 3D Render

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୯୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୪୬୫୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button