Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩୧ ଜଣ କୋଭିଡ୍ ସଂକ୍ରମିତ

ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୭୬ ଜଣକୁ ବୃଦ୍ଧି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୭୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୭୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୪୩୧୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button