ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୨୪ ଘଣ୍ଟାରେ ୩୨୨୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି

ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୬୧୦୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୩୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୮୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୮ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୧୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୬୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୧ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧୨, ଯାଜପୁର ଜିଲ୍ଲାରୁ ୧୯୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୨୫ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ,

କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭୯ଜଣ, କେନ୍ଦୁଝର ଜିଲ୍ଲାରୁ ୬୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୨ଜଣ, କୋରାପୁଟ ଜିଲ୍ଲାରୁ ୫୩ଜଣ, ମାଲକାନଗିରି ଜିଲ୍ଲାରୁ ୬୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୧୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୧୮୮ଜଣ, ରାୟଗଡ଼ା ଜିଲ୍ଲାରୁ ୬୧ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬ଜଣ , ଷ୍ଟେଟ ପୁଲ୍‌ରୁ ୬୯ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୬୧୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୮୦୯୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୯୦୮୦୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button