ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩୪୦ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୪୧୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୦ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ,

ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୯ଜଣ, କୋରାପୁଟ ଜିଲ୍ଲାରୁ ୧୪୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍‌ରୁ ୩୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୪୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୨୨୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୧୧୮୪୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button