Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୩୬ କରୋନା ପଜିଟିଭ୍

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ,

 

Corona Virus COVID-19

ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୨୩୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୭୬୪୫୮୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button