Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩୬୨୯ କୋଭିଡ୍ ପଜିଟିଭ୍

୧୨୫୯୪୦୫ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୩୬୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୯୪୦୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫୧୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୧୫ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୧ଜଣ, ବରଗଡ଼ ଜିଲ୍ଲାରୁ ୭୧ଜଣ, ଭଦ୍ରକ ଜିଲ୍ଲାରୁ ୪୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୧ଜଣ, ବୌଦ୍ଧ ଜିଲ୍ଲାରୁ ୮୦ଜଣ, କଟକ ଜିଲ୍ଲାରୁ ୩୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୬୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୫ଜଣ, ଗଜପତି ଜିଲ୍ଲାରୁ ୫୬ଜଣ, ଗଞ୍ଜାମ ଜିଲ୍ଲାରୁ ୪୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୯ଜଣ, ଯାଜପୁର ଜିଲ୍ଲାରୁ ୧୩୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୧ଜଣ, କଳାହାଣ୍ଡି ଜିଲ୍ଲାରୁ ୮୫ଜଣ,

କନ୍ଧମାଳ ଜିଲ୍ଲାରୁ ୪୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୧୬ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୦ଜଣ, ନୟାଗଡ଼ ଜିଲ୍ଲାରୁ ୧୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୭୦ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪୬ଜଣ, ଷ୍ଟେଟ ପୁଲ୍‌ରୁ ୧୬୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୯୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୩୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୧୫୩୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୮୧୨୨୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button