
ଗତ ୨୪ ଘଣ୍ଟା ମଧ୍ୟରେ ୪୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୯୮୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୭ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨୯ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂପୁର ଜିଲ୍ଲାରୁ ୮ଜଣ,
ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୫୧ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭ଜଣ, ଷ୍ଟେଟ ପୁଲ୍ରୁ ୩୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୫୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୫୧୦୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୭୦୧୦୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।