ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ ଘଣ୍ଟାରେ ବାହାରିଲେ ୪୨୮ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୨୬୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୫ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ,

ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୭୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ , ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୨୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ଏବେ ସୁଦ୍ଧା ରାଜ୍ୟରେ ୧୮୯୫୩୧୬୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button