ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୨୪ ଘଣ୍ଟାରେ ୪୩୩୯ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି

ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୬୧୨୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୬୪ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୨୦୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୩ଜଣ, ବୌଦ୍ଧ ଜିଲ୍ଲାରୁ ୫୪ଜଣ, କଟକ ଜିଲ୍ଲାରୁ ୪୮୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪୪ଜଣ, ଗଜପତି ଜିଲ୍ଲାରୁ ୩୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୩ଜଣ, ଯାଜପୁର ଜିଲ୍ଲାରୁ ୨୦୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୨ଜଣ, କନ୍ଧମାଳ ଜିଲ୍ଲାରୁ ୬୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮୧ଜଣ, କେନ୍ଦୁଝର ଜିଲ୍ଲାରୁ ୯୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦୦ଜଣ, କୋରାପୁଟ ଜିଲ୍ଲାରୁ ୬୫ଜଣ, ମାଲକାନଗିରି ଜିଲ୍ଲାରୁ ୫୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୮ଜଣ, ନୟାଗଡ଼ ଜିଲ୍ଲାରୁ ୧୪୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲରାୁ ୨୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୬୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୪ଜଣ, ସୋନପୁର ଜିଲ୍ଲାରୁ ୮୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୬୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୯୨୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୬୭୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୭୨୦୯୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button