ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ମୋଟ ୪୫୭ କୋଭିଡ୍ ପଜିଟିଭ୍

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୭୧୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୩ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୪ଜଣ,

ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୭ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୭୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୩୬୦୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୦୦୫୨୯୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button