Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍

୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୪୧୦୬୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୭୧ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୯ଜଣ, ବରଗଡ଼ ଜିଲ୍ଲାରୁ ୭୨ଜଣ, ଭଦ୍ରକ ଜିଲ୍ଲାରୁ ୧୦୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪୦ଜଣ, ବୌଦ୍ଧ ଜିଲ୍ଲାରୁ ୨୮ଜଣ, କଟକ ଜିଲ୍ଲାରୁ ୪୪୩ଜଣ, ଦେଓଗଡ଼ ଜିଲ୍ଲାରୁ ୮୫ଜଣ,

 

ଢେଙ୍କାନାଳ ଜିଲ୍ଲାରୁ ୮୪ଜଣ, ଗଜପତି ଜିଲ୍ଲାରୁ ୬୫ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ଜଣ, ଜଗତସିଂହପୁର ଜିଲ୍ଲାରୁ ୯୬ଜଣ, ଯାଜପୁର ଜିଲ୍ଲାରୁ ୧୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫୫ଜଣ, କନ୍ଧମାଳ ଜିଲ୍ଲାରୁ ୮୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୬୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୫୩ଜଣ, କୋରାପୁଟ ଜିଲ୍ଲାରୁ ୮୧ଜଣ, ମାଲକାନଗିରି ଜିଲ୍ଲାରୁ ୪୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୪ଜଣ, ନୟାଗଡ଼ ଜିଲ୍ଲାରୁ ୨୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୪୨ଜଣ, ପୁରୀ ଜିଲ୍ଲାରୁ ୭୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୯ଜଣ, ସୋନପୁର ଜିଲ୍ଲାରୁ ୪୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୯ଜଣ, ଷ୍ଟେଟ ପୁଲ୍‌ରୁ ୨୬୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୧୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୫୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୭୩୯୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୫୦୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button