ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୪୮୮ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୪୫୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୦୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫୪ଜଣ,

ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୫୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନାୟଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୫୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୪୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୮୬୯୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୯୯୪୩୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button