ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍
୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୫୦୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୩୬୨୨୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୬୭ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୨ଜଣ, ବରଗଡ଼ ଜିଲ୍ଲାରୁ ୮୫ଜଣ, ଭଦ୍ରକ ଜିଲ୍ଲାରୁ ୯୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩୩ଜଣ, ବୌଦ୍ଧ ଜିଲ୍ଲାରୁ ୪୪ଜଣ, କଟକ ଜିଲ୍ଲାରୁ ୪୯୫ଜଣ, ଦେଓଗଡ଼ ଜିଲ୍ଲାରୁ ୫୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୯ଜଣ, ଗଜପତି ଜିଲ୍ଲାରୁ ୬୮ଜଣ, ଗଞ୍ଜାମ ଜିଲ୍ଲାରୁ ୬୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୫ଜଣ,
ଯାଜପୁର ଜିଲ୍ଲାରୁ ୧୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪୦ଜଣ, କନ୍ଧମାଳ ଜିଲ୍ଲାରୁ ୮୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୪୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୧୧ଜଣ, କୋରାପୁଟ ଜିଲ୍ଲାରୁ ୭୬ଜଣ, ମାଲକାନଗିରି ଜିଲ୍ଲାରୁ ୫୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩୬ଜଣ, ନୟାଗଡ଼ ଜିଲ୍ଲାରୁ ୨୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୯୦ଜଣ, ପୁରୀ ଜିଲ୍ଲାରୁ ୯୪ଜଣ, ରାୟଗଡ଼ା ଜିଲ୍ଲାରୁ ୮୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୯ଜଣ, ସୋନପୁର ଜିଲ୍ଲାରୁ ୧୦୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୨୯ଜଣ, ଷ୍ଟେଟ ପୁଲ୍ରୁ ୨୨୫ଜଣ ରହିଛନ୍ତି ।