ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୫୨୧ କୋଭିଡ୍ ପଜିଟିଭ୍

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୫୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୮୦୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୧୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୫ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ , କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ,

କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୯ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୬୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୩୮୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୦୧୬୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୮୯୨୨୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button