Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୫୨୪ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୦୫୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୧୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୨ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ,

ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ ୬୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୦୫୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୩୮୪୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୩୧୪୯୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button