ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ମୋଟ ୫୨୮ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୯୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୦ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୧୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୩ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୬୯ଜଣ,

ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୫୯ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୭୯୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୨୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୪୪୧୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୧୭୨୫୨୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button