ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ମୋଟ ୫୩୯ କରୋନା ପଜିଟିଭ୍

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୩୧୩୩ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ,

ବରଗଡରୁ ୨ ଜଣ, କଟକ ଜିଲ୍ଲାରୁ ୪୮ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୬୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୩୧୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୯୦୮୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୫୮୬୬୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Tags
Show More

Related Articles

Back to top button
Close