ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୫୪୫ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୫୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୩୦୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୨୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୪ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୪୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ,

 

ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍‌ରୁ ୫୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୧୪୮୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୮୪୧୮୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button